Latest Odisha News

BREAKING NEWS

ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷାଙ୍କ ଘର ଉପରକୁ ପୁଣି ବୋମାମାଡ଼

ଢେଙ୍କାନାଳ: ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ପୁଣି ବୋମାମାଡ଼ ହୋଇଥିବାର ଖବର ମିଳିଛି । ଗତକାଲି ମଧ୍ୟ୍ୟରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛି। ଏଥିରେ ତାଙ୍କ ଘର ଫାଟକ ନଷ୍ଟ ହେଇଛି। ଗତକାଲି ରାତି ୧ ଟା୩୬ ମିନିଟ ସମୟରେ ହୋଇଛି ବୋମାମାଡ଼, ଯାହାର ସିସିଟିଭି ଫୁଟେଜ ହସ୍ତଗତ ହୋଇଛି।

ଘର ବାହାରକୁ ଥିବା ପାଚେରୀର କିଛି ଅଂଶ ଭାଙ୍ଗି ଖସି ପଡ଼ିବା ସହିତ ଦୁଇଚକିଆ ଯାନ କ୍ଷୟକ୍ଷତି ହୋଇଛି। ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇ ଯାଇଛନ୍ତି । କୌଣସି ଧନଜୀବନ କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। କେହି ଜାଣିଶୁଣି ଭୟଭୀତ କରିବା ଉଦ୍ଦେଶ୍ୟରେ ଏଭଳି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି। ଏନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି । ଏହି ଘଟଣାରେ ବିଜେଡିକୁ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି ।

ମାର୍ଚ୍ଚ ୩୦ ତାରିଖ ମଧ୍ୟ ରାତିରେ ଢେଙ୍କାନାଳ ନବନିର୍ବାଚିତ ନଗରପାଳ ଜୟନ୍ତୀ ପାତ୍ରଙ୍କ ଘର ଉପରେ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଥିଲେ। ଶ୍ରୀମତୀ ପାତ୍ର ଭୟରେ କବାଟ ଦେଇଦେବାରୁ ତାଙ୍କ ଜୀବନ ଅଳ୍ପକେ ବର୍ତ୍ତିଯାଇଥିଲା।

Leave A Reply

Your email address will not be published.