ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍। ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଛନ୍ତି ବଲିଉଡ୍ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନୀ କପୁର।
ସୂଚନା ଅନୁଯାୟୀ, ଏନେଇ ଦୁହେଁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଆସନ୍ତା ୧୬ ତାରିଖରେ ପଞ୍ଜାବ ଦି ଶେର ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ ଓ ମୁମ୍ବାଇ ହିରୋ, ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଗୋଟିଏ ମ୍ୟାଚ ଅନୁଷ୍ଠିତ ହେବ।
ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି।
ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି। ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ। ଏଥିସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ବୋନି ଓ ଅର୍ଜୁନ କହିଛନ୍ତି।
ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକ ମାନେ ଉପସ୍ଥିତ ଥିଲେ।


Comments are closed.