Latest Odisha News

BREAKING NEWS

୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ରାଜ୍ୟର ଉତ୍ତପ୍ତ ସହର, ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ତେବେ ଉପକୂଳ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ପଶ୍ଚିମ ଓଡ଼ିଶାରେ ଅଗ୍ନି ବର୍ଷୁଛି । ସେହିପରି ଆଜି ୨୫ ଟି ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ଜିଲ୍ଲା ପାଲଟିଛି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ।

BjdElectrycity

ସେହିପରି ୪୦ ଡିଗ୍ରୀ ତଳେ ରହିଛି ଭୁବନେଶ୍ବର ଓ କଟକ ସହରର ତାପମାତ୍ରା । ତେବେ ଉପକୂଳରୁ ଗ୍ରୀଷ୍ମପ୍ରବାହ ସ୍ଥିତି ହଟିଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେକର୍ଡ ହୋଇଥିବା ତାପମାତ୍ରା ମଧ୍ୟରେ ବୌଦ୍ଧ ଓ ନୂଆପଡାରେ ୪୪ ଡିଗ୍ରୀ ରହିଥିବାବେଳେ, ଟିଟିଲାଗଡ଼ରେ ୪୩.୮ ଡିଗ୍ରୀ, ବଲାଙ୍ଗୀରରେ ୪୩.୭ ଡିଗ୍ରୀ, ଭବାନୀପାଟଣାରେ ୪୩ ଡିଗ୍ରୀ, ନୟାଗଡ଼ରେ ୪୩ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୭ ଡିଗ୍ରୀ, ମାଲକାନଗିରିରେ ୪୨.୬ ଡିଗ୍ରୀ, ସମ୍ୱଲପୁରରେ ୪୨.୫ ଡିଗ୍ରୀ, ତାଳଚେରରେ ୪୨.୫ ଡିଗ୍ରୀ, କେନ୍ଦୁଝରରେ ୪୨.୪ ଡିଗ୍ରୀ, ହୀରାକୁଦରେ ୪୨.୩ ଡିଗ୍ରୀ, ବାରିପଦାରେ ୪୨.୨ ଡିଗ୍ରୀ, ଅନୁଗୋଳରେ ୪୨.୧ ଡିଗ୍ରୀ, ସୁନ୍ଦରଗଡ଼ରେ ୪୨ ଡିଗ୍ରୀ, ଢେଙ୍କାନାଳରେ ୪୧.୬ ଡିଗ୍ରୀ, ଫୁଲବାଣୀରେ ୪୧.୬ ଡିଗ୍ରୀ, ସୋନପୁରରେ ୪୧.୩ ଡିଗ୍ରୀ, ରାଉରକେଲାରେ ୪୧ ଡିଗ୍ରୀ ଓ ପାରଳାଖେମୁଣ୍ଡିରେ ତାପମାତ୍ରା ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି ।

ତେବେ ଆସନ୍ତା ୨ ଦିନ ପରେ ଉପକୂଳ ଓଡିଶାରୁ ହିଟ୍-ୱେଭ୍ ଉପରେ ଲାଗିପାରେ ବ୍ରେକ୍ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହ ହ୍ରାସ ପାଇବା ନେଇ ଆଶଙ୍କା କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.