Latest Odisha News

BREAKING NEWS

ଜୁଲାଇ ୩୧ ଯାଏଁ ବୌଦ୍ଧ ଜିଲ୍ଲା ସଟଡାଉନ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ବଢୁଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାକୁ ଆଗାମୀ ଜୁଲାଇ ୩୧ ତାରିଖ ଯାଏଁ ସଟଡାଉନ୍ ଘୋଷଣା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବୌଦ୍ଧ ଜିଲ୍ଲାପାଳ ।

ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ସଟଡାଉନ୍ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

କୋରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲ୍ଲାପାଳ ଏହିଭଳି ପଦକ୍ଷେପ ନେଇଥିବା କହିଛନ୍ତି। ଏହି କଟକଣା ସମୟରେ ସ୍ୱାସ୍ଥ୍ୟ ଓ ଜରୁରୀକାଳୀନ ସେବାକୁ ଛାଡି ଅନ୍ୟ ସମସ୍ତ ସେବାକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ମାସ୍କ ପରିଧାନ ଓ ସାମାଜିକ ଦୂରତା ବଜାଇ ରଖିବା ବାଧ୍ୟତାମୂଳକ । ଏହାକୁ ଅମାନ୍ୟ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ।

Leave A Reply

Your email address will not be published.