Latest Odisha News

BREAKING NEWS

ସୁପରସୋନିକ୍ କ୍ରୁଜ ମିସାଇଲ୍ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି । ଭାରତ ଓ ରୁଷିଆର ମିଳିତ ଜ୍ଞାନକୌଶଳରେ ତିଆରି ହୋଇଥିବା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ସକାଳ ୧୦ଟା ୨୭ରେ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ହୋଇଥିବା ସୂଚନା ରହିଛି ।

ବ୍ରହ୍ମୋସ ୪୦୦ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁପକ୍ଷର ଲକ୍ଷ୍ୟଭେଦ କରିପାରିବ। ଏହି କ୍ଷେପଣାସ୍ତ୍ରକୁ ଉଭୟ ଜଳ ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରିବ। ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଂଜିନ ବ୍ୟବହାର କରାଯାଇଛି। ଏହାର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଓ ଓଜନ ୩ ହଜାର କିଲୋଗ୍ରାମ ରହିଛି।

୩ ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରଖିଥିବା ଏହି କ୍ଷେପଣାସ୍ତ୍ର ସ୍ଥଳଭାଗରୁ ୪୫୦ କିଲୋମିଟର ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରିବ । ବାୟୁସେନାର ଯୁଦ୍ଧ ବିମାନରୁ ୪ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟକୁ  ଲକ୍ଷ୍ୟଭେଦ କରିପାରିବାର କ୍ଷମତା ରଖିଛି ବ୍ରହ୍ମୋସ । ଘଣ୍ଟା ପ୍ରତି ୩ହଜାର ୪ଶହ କିଲୋମିଟରରୁ ୩ହଜାର ୭ଶହ କିଲୋମିଟର ବେଗରେ ଗତି କରିପାରୁଥିବା ସୁପର ସୋନିକ କ୍ରୁଜ଼ ମିଜାଇଲ ବ୍ରହ୍ମୋସକୁ ୨୦୦୬ ମସିହାରୁ ପ୍ରତିରକ୍ଷା ବିଭାଗରେ ବ୍ୟବହାର କରାଯାଉଛି।

Leave A Reply

Your email address will not be published.