Latest Odisha News

BREAKING NEWS

ବ୍ରଜରାଜନଗର ଭୋଟ୍ ଗଣତି : ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ଭୋଟ୍ ଗଣତି ଜାରି ରହିଛି । ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ଅଳକା ମହାନ୍ତିଙ୍କୁ ୨୯୮୮୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିର ରାଧାରାଣୀ ପଣ୍ଡା ୭୮୧୮ ଖଣ୍ଡ ଭୋଟ୍ ପାଇ ଦ୍ବିତୀୟ ସ୍ଥାନରେ ରହିଛନ୍ତି । କଂଗ୍ରେସର କିଶୋର ପଟେଲ ୬୦୮୮ ଖଣ୍ଡ ଭୋଟ୍ ମିଳିଛି ।

ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ୨୨୨୫୧ ଖଣ୍ଡ ଭୋଟ୍ ରେ ବିଜେପିଠାରୁ ଆଗୁଆ ଅଛନ୍ତି । ଭୋଟ୍ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ବ୍ରବରାଜନଗର ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଝାରସୁଗୁଡ଼ା ଯାନ୍ତ୍ରିକ ବିଦ୍ୟାଳୟଠାରେ ଭୋଟ୍ ଗଣତି ଜାରି ରହିଛି । ଭୋଟ୍ ଗଣନା ପାଇଁ ଗୋଟିଏ ରାଉଣ୍ଡରେ ସମୁଦାୟ ୧୪ଟି ଟେବୁଲ ରହିଛି ।

ବ୍ରଜରାଜନଗର ଉପନିର୍ବାଚନରେ ତିନି ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ସମେତ ସମୁଦାୟ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରିଛନ୍ତି । ବ୍ରଜରାଜନଗର ଉପନିର୍ବାଚନ ଫଳ ପ୍ରକାଶ ପାଇବାକୁ ଥିବାରୁ ସବୁ ମହଲରେ ଉତ୍କଣ୍ଠା ଲାଗି ରହିଛି ।

Leave A Reply

Your email address will not be published.