Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଭାଇ-ଭଉଣୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ଦେଓଗାଁ-ତୁଷୁରା ନିକଟ ମହିପୁର ଛକଠାରେ ଆଜି ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଭାଇ-ଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି ।

ମିଳିଥିବା ସୂଚନାନୁଯାୟୀ ଆଜି ସକାଳେ ମହିପୁର ରାସ୍ତାଦେଇ ଏକ ବାଇକ୍ ଯୋଗେ ଉଭୟ ଭାଇ ଓ ଭାଉଣୀ ଯାଉଥିବା ବେଳେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଉଭୟ ରାସ୍ତା ଉପରେ ଛିଟିକି ପଡିଥିଲେ । ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଛି।

ଅପରପକ୍ଷରେ ଏହି ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ମୃତକଙ୍କ ପରିବାର ବର୍ଗଙ୍କୁ କ୍ଷତିପୂରଣ ଦାବି କରି ରାସ୍ତା ଅବରୋଧ କରିଛନ୍ତି ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଏନେଇ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.