ଖୋର୍ଦ୍ଧା: ଖୋର୍ଦ୍ଧା ଅବକାରୀ ବିଭାଗ ପାନବରଜ ନିକଟରେ ଚଢାଉ କରି ବ୍ରାଉନସୁଗାର ଜବତ କରିବା ସହ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ପାନବରଜର ସେକ୍ ନସିମ୍ (୩୨) ।
ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁଙ୍କ ସୂଚନାନୁସାରେ, ଆଜି ମଧ୍ୟାହ୍ନ ୧୨ଟାରେ ପାନବରଜ ଶବର ସାହିର ପଛପଟ ରାସ୍ତାରେ ନସିମ୍ ବାଇକ୍ରେ ଗ୍ରାହକଙ୍କୁ ଅପେକ୍ଷା କରିଥିଲେ । ଖବର ପାଇ ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ଏସ୍ଆଇ ବି ମନୋଜ କୁମାର, ବେଗୁନିଆ ଅବକାରୀ ଓଆଇସି ରାଜେନ୍ଦ୍ର ସେସ, ଖୋର୍ଦ୍ଧା ଓଆଇସି ରଂଜନ ଦାସ ପ୍ରମୁଖ ଚଢାଉ କରି ତାଙ୍କୁ ଧରି ଯାଞ୍ଚ କରିଥିଲେ । ତାଙ୍କ ନିକଟରୁ ୧୮ ଗ୍ରାମ ବ୍ରାଉନସୁଗାର ସହ ଖାଲି ପ୍ୟାକେଟ୍ ଜବତ କରାଯାଇଥିଲା । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ଲକ୍ଷ ୮୦ହଜାର ଟଙ୍କା ହେବ । ଏଥିସହ ବାଇକ ଓ ମୋବାଇଲ୍ ଫୋନ୍ ଜବତ କରାଯାଇଛି । ଏନେଇ ଖୋର୍ଦ୍ଧା ଅବକାରୀ ଥାନାରେ ୭୨/୨୦୨୩ରେ ଏକ ମାମଲା ରୁଜୁ କରାଯାଇ ସମ୍ପୃକ୍ତ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.