ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ରାଇଘର ବିଏସଏଫ କ୍ୟାମ୍ପରେ ଅଘଟଣ । ସର୍ଟ ସର୍କିଟ ଯୋଗୁଁ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ୨ ଜଣ ଯବାନ ଆହତ ହୋଇଛନ୍ତି । ୧୧ କେ.ଭି. ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ସମଗ୍ର କ୍ୟାମ୍ପ ଚାର୍ଜ ହୋଇ ଯାଇଥିଲା । ଫଳରେ ବିଦ୍ୟୁତ୍ ଆଘାତ ଲାଗି ଜିଲ୍ଲା ପୋଲିସର ଜଣେ କାର୍ଯ୍ୟରତ ଯବାନଙ୍କ ମୃତ୍ୟୁ ହୋଇଥିଲା । ମୃତ ଯବାନ ହେଲେ ଇସାକ୍ ହରିଜନ । ତାଙ୍କ ଘର ନବରଙ୍ଗପୁର ଜିଲ୍ଲା ଜଟାବାଲରେ ବୋଲି ଜଣାପଡିଛି । ଆହତ ୨ ଜଣ ଯବାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ତାରାଗାଁ ଗ୍ରାମର ଟଙ୍କ ସୋରୀ ଏବଂ ଅନ୍ୟ ଜଣେ ହେଉଛନ୍ତି ପାପଡାହାଣ୍ଡି ହିର୍ଲି ଗ୍ରାମର ଈଶ୍ବର ମାଝୀ । ଆହତ ୨ ଯବାନଙ୍କୁ ଅଧିକ ଚିକିତ୍ସା ପାଇଁ ଉମରକୋଟ ଗୋଷ୍ଠୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.