ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଚାଂଚଲ୍ୟ । ଯବାନ ପୁଅର ଭୁଜାଲି ଚୋଟରେ ବାପା ମୃତ । ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଜଣେ ଆଇଟିବିପି ଯବାନ ପୁଅର ଆକ୍ରମଣରେ ବାପାର ମୃତ୍ୟୁ ହୋଇଛି। ଅଭିଯୁକ୍ତ ଯବାନ ହେଉଛନ୍ତି ଆଇଟିବିପିରେ ଚାକିରି କରିଥିବା ରଞ୍ଜନ ଓଝା। ସେ ଅରୁଣାଚଳ ପ୍ରଦେଶରେ ଅବସ୍ଥାପିତ ଥିଲେ। ଛୁଟି ନେଇ ସେ ଘରକୁ ଆସିଥିଲେ ।
ସୂଚନା ଅନୁସାରେ କୌଣସି କାରଣରୁ ଘରୋଇ କଥାକୁ ନେଇ ପରିବାର ଏବଂ ଯବାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ଉଗ୍ରରୂପ ନେବାରୁ ଅଭିଯୁକ୍ତ ଯବାନ ପୁଅ ବାପାକୁ ଏକ ଭୁଜାଲିରେ ଆକ୍ରମଣ କରିଥିଲା। ଘଟଣା ସ୍ଥଳରେ ବାପାର ମୃତ୍ୟୁ ହୋଇଯାଇଥିଲା। ବାପାଙ୍କ ମୃତ୍ୟୁ ପରେ ଅନ୍ୟ ଦୁଇ ଭାଇ ପ୍ରତିଶୋଧ ପରାୟଣ ହୋଇ ରଞ୍ଜନକୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଘଟଣା ସ୍ଥଳରେ ରାମଚନ୍ଦ୍ରପୁର ଥାନା ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି ।
Comments are closed.