Latest Odisha News

ଆସନ୍ତାକାଲି ରାୟଗଡ଼ାରେ BSKY ସ୍ମାର୍ଟ କାର୍ଡ ବଣ୍ଟନର ହେବ ଶୁଭାରମ୍ଭ

ରାୟଗଡ଼ା : ଆସନ୍ତାକାଲି ରାୟଗଡା ଜିଲ୍ଲାରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ଏ ନେଇ ସ୍ଥାନୀୟ ଜିସିଡି ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଯୋଜନା ଦ୍ବାରା ଜିଲ୍ଲାର ୧୧ଟି ବ୍ଲକର ୨ ଲକ୍ଷ ୫୨ ହଜାର ୧୯୧ ପରିବାରର ୮ ଲକ୍ଷ ୩୪ ହଜାର ୫୭୦ ଜଣ ହିତାଧିକାରୀ ଉପକୃତ ହେବେ ।

ଏହାସହ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରାଯିବ । କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ସମେତ ରାଜ୍ୟସଭା ସାଂସଦ ଏନ. ଭାସ୍କର ରାଓ, ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.