ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଷଷ୍ଠଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ବାଚସ୍ପତି, ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି । ଦିବଗଂତ ପୂର୍ବତନ ସଦସ୍ୟଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ଶୋକ ପ୍ରସ୍ତାବ ଦେଇଛନ୍ତି । ଏଥିସହ ସହିଦ ଯବାନ ଓ କୋଭିଡ୍ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ଶୋକ ପ୍ରସ୍ତାବ ଦେଇଛନ୍ତି ।
ଗୃହ କାର୍ଯ୍ୟ ଆରମ୍ଭରୁ ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ । କୋଟିଆ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ ହୋହଲ୍ଲା କରିବା ସହ କକ୍ଷ ତ୍ୟାଗ କରି ପଳାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଗୃହରେ ଅଭିଭାଷଣ ରଖୁଛନ୍ତି ।
ବିଗତ ୨ଟି ଅଧିବେଶନରେ କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନଆସି ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ । ଚଳିତ ବଜେଟ୍ ଅଧିବେଶନର ପ୍ରଥମ ଦିନରେ ବିଧାନସଭା ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହରେ କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କରାଯାଉଥିବା ବେଳେ ରାଜ୍ୟପାଳ, ବାଚସ୍ପତି ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତେ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି ।
Comments are closed.