Latest Odisha News

BREAKING NEWS

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୫୦ ଯାତ୍ରୀ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌ । ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଚାପିହୋଇ ରହିଥିବା ସୂଚନା । ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଆଜି ସକାଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଖବରପାଇ ପୋଲିସ ଓ ଦମକଳବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରଖଛନ୍ତି । ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ବସ୍ ଟି ସମ୍ପୂର୍ଣ୍ଣ ଭାବେ ଓଲଟି ପଡିଥିବାରୁ ବସ୍ ତଳେ ଅନେକ ଯାତ୍ରୀ ଚାପି ହୋଇ ରହିଛନ୍ତି । ଫଳରେ ସେମାନଙ୍କୁ ଉଦ୍ଧାର କରିବା କଷ୍ଟସାଧ୍ୟ ହୋଇପଡିଛି ।

Comments are closed.