ରାୟଗଡ଼ା: ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ଓମ୍ ସାଇ ନାମକ ବସଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୋଳ ଯାଉଥିଲା । ଘାଟି ଚଢ଼ିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଖବରପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ମୁକୁନ୍ଦପୁର ଫାଣ୍ଡି ପୋଲିସ । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ବସ ଡ୍ରାଇଭର ଫେରାର ହୋଇଯାଇଛି ।
BREAKING NEWS
- Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
Comments are closed.