Latest Odisha News

BREAKING NEWS

ଭାରସାମ୍ୟ ହରାଇ ବୌଦ୍ଧରେ ଓଲଟିଲା ବସ୍: ୪ ଆହତ, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ବୌଦ୍ଧ: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ବିଦ୍ୟୁତ ଖୁଣ୍ଟରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେଲା । ଏଥିରେ ୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୫୦ ଯାତ୍ରୀ । ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ନିକଟରେ ଏହି ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକ ଓ ପୋଲିସ ବସ ଭିତରକୁ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।

ମୁନ ଲାଇଟ୍ ନାମକ ବସଟି ଭବାନୀପାଟଣାରୁ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଆସୁଥିଲା । ଏତିକିବେଳେ ଖୁଣ୍ଟବନ୍ଧଠାରେ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଆହତଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଯାତ୍ରୀଙ୍କୁ ଅନ୍ୟ ବସ ଯୋଗେ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି ।

Leave A Reply

Your email address will not be published.