Latest Odisha News

BREAKING NEWS

ବରଯାତ୍ରୀ ବସରେ ବିଦ୍ୟୁତ ତାର ଲାଗି ୯ ମୃତ

ବ୍ରହ୍ମପୁର: ବରଯାତ୍ରୀ ବସ୍ ରେ ଲାଗିଲା ନିଆଁ। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲା ବରଯାତ୍ରୀ ବସ। ଏହିଭଳି ଏକ ଦୁଃଖଦ ଖବର ଆସିଛି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟସ୍ଥ ରଗେଂଇଲୁଣ୍ଡା ବ୍ଲକ ଅଞ୍ଚଳରୁ । ଗଞ୍ଜାମ ଏସପି ଦେଇଥିବା ସୁଚନା ଅନୁସାରେ ଏହି ଘଟଣାରେ ଏପର୍ଯ୍ୟନ୍ତ ୯ ଜଣଙ୍କର ମୃତ୍ୟୁ ଘଟିଛି ।

ମିଳିଥିବା ସୂଚନା ଅନୁସାରେ,ଗଂଜାମ ଜିଲ୍ଲା ବ୍ରହ୍ମପୁର ନିକଟସ୍ଥ ରଗେଂଇଲୁଣ୍ଡା ବ୍ଲକ ତୁଳୁ ରୋଡ ନିକଟ ଡକଂଲପଡା ଠାରେ ଏକ ବରଯାତ୍ରୀ ବସରେ ନିଆଁ ଲାଗିଯାଇଛି । ଏହି ବସଟିରେ ପାଖାପାଖି ୪୦ ଜଣ ବରଯାତ୍ରୀ ଥିଲେ । ଏଥିରେ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଥିବା ଜଣାପଡିଛି । ଘଟଣା ସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩ ଜଣଙ୍କର ମୃତ୍ୟ ହୋଇଥିବା ସୂଚନା ମିଳିଛି ।

ବସଟି ଡଙ୍କଲପଡୁ ରୁ ଚିକରଡ଼ା ଯାଉଥିବା ସମୟରେ ଘଟିଛି ଏପରି ହୃଦୟ ବିଦାରକ ଘଟଣା ।

ଗୁରୁତର ଲୋକଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ସ୍ଥାନୀୟଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ପ୍ରଦାନ କରିଛନ୍ତି। ଏହାଛଡା ଆହତ ମାନଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.