Latest Odisha News

BREAKING NEWS

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୧୦ ଯାତ୍ରୀ ଆହତ

କେନ୍ଦ୍ରାପଡା: କେନ୍ଦ୍ରାପଡା ସ୍ଥିତ ପାରାଦୀପ-ଚଣ୍ଡିଖୋଲ ଜାତୀୟ ରାଜପଥ ନିକଟବର୍ତ୍ତୀ ତାରିଣୀ ଛକ ଠାରେ ମଙ୍ଗଳବାର ସକାଳେ ଏକ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ଜଣ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନାନୁଯାୟୀ ‘ଶ୍ରୀୟା’ ନାମକ ଏକ ଯାତ୍ରୀବାହୀ ବସ୍ କଟକରୁ ପାରାଦୀପ ଅଭିମୁଖେ ଯାଉଥିବା ବେଳେ ଉକ୍ତ ଛକ ନିକଟରେ ଅନ୍ୟଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।

ଏହି ଦୁର୍ଘଟଣାରେ ପାଖାପାଖି ୧୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତମାନଙ୍କୁ ଉଦ୍ଧାର କରିଛନ୍ତି ।

ତେବେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Leave A Reply

Your email address will not be published.