Latest Odisha News

କାଲିଠୁ ରାଜ୍ୟବ୍ୟାପୀ ବସ୍ ବନ୍ଦ: ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ଵର: ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବସ୍ ଧର୍ମଘଟ । ପୁଣିଥରେ ବସ୍ ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ । ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ।

ସଂଘ ପକ୍ଷରୁ କୁହାଯାଇଛି ଯେ, ଗତ ୧୦ ତାରିଖରେ ସରକାରଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ସରକାର ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି ନାହାନ୍ତି । ପ୍ରତିଶ୍ରୁତିକୁ ଭଙ୍ଗି ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇଥିବା ୬ ଜିଲ୍ଲା ସମେତ ଅନ୍ୟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଜିଲ୍ଲା ମୁଖ୍ୟାଳୟକୁ ଚଳାଇଛନ୍ତି । ସରକାର ତାଙ୍କ ପ୍ରତିଶ୍ରୁତି ରକ୍ଷା କରିନଥିବାରୁ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବ ବୋଲି କହିଛି ରାଜ୍ୟ ଘରୋଇ ବସ୍ ମାଲିକସଂଘ ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଗତ ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଗଡିବ ନାହିଁ ବୋଲି କୁହାଯାଇଥିଲା । ହେଲେ ରାଜ୍ୟ ସରକାରଙ୍କ ସହ ସଂଘର ଆଲୋଚନା ପରେ ଏହାକୁ ସ୍ଥଗିତ ରଖାଯାଇଥିଲା । ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ପରିଷଦରେ ତୀବ୍ର ବିରୋଧ କରାଯାଇଥିଲା ।ଗାଁରୁ ବ୍ଲକ ହେଡକ୍ବାର୍ଟରକୁ ଯାତ୍ରୀ ପରିବହନ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକି ଘରୋଇ ବସ୍ ମାଲିକଙ୍କୁ ଘୋର କ୍ଷତି ପହଞ୍ଚାଇବା ସହ ଏହା ଉପରେ ନିର୍ଭର କରି ଚଳୁଥିବା ହଜାର ହଜାର କର୍ମଚାରୀଙ୍କ ପେଟ ପାଟଣାକୁ ଲାତ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ ।

 

Comments are closed.