ଗଞ୍ଜାମ:ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ଥିବା କଳିଙ୍ଗା ଘାଟିରେ ପୁଣି ଏକ ବସ୍ ଓ ଏକ ଟ୍ରକ୍ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣାରେ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡ଼ିଛି । ଆହତଙ୍କୁ ଭଞ୍ଜନଗର ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।
ଦୁର୍ଘଟଣାଗ୍ରସ୍ତ ବସଟିର ନାଁ ବଡ଼ପଣ୍ଡା । ଏହା ବ୍ରହ୍ମପୁରରୁ ବଲାଙ୍ଗୀର ଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଗତ ମଧ୍ୟ ରାତ୍ରିରେ ଏହି ଦୁର୍ଘଟଣା ଘଟିଥିଲା ବୋଲି ପୋଲିସ୍ କହିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବସଟି ମାତ୍ରାଧିକ ବେଗରେ ଯାଉଥିବା କାରଣରୁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା କହିଛନ୍ତି ଜଣେ ପୋଲିସ ଅଧିକାରୀ ।
Comments are closed.