Latest Odisha News

BREAKING NEWS

ଟ୍ରକକୁ ଧକ୍କା ଦେଇ ରାସ୍ତା ତଳକୁ ଖସି ପଡିଲା ବସ୍

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ବସ ଓ ଟ୍ରକ ମୁହାମୁହିଁ ଧକ୍କା ହୋଇଛି । ଫଳରେ ୧୫ ଯାତ୍ରୀ ଆହତ ହୋଇଛନ୍ତି । ୫ ଜଣଙ୍କ ଅବସ୍ଥା ଗୁରୁତର ହୋଇ ପଡିଛି ।

ଗତକାଲି ବିଳମ୍ବିତ ରାତିରେ ସାହିଲ ନାମକ ଏକ ବସ ବଡମ୍ବାରୁ ବଲାଙ୍ଗୀର ଅଭିମୁଖେ ଯାଉଥିଲା । ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ।ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ବୀପରିତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା। ୧୫ ଯାତ୍ରୀ ଆହତ ହୋଇଥିବାବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ପାେଲିସ ସମସ୍ତଙ୍କୁ ଉଦ୍ଧାର କରି ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ  ଭର୍ତ୍ତି କରିଛି। ସେମାନଙ୍କ ମଧ୍ୟରୁ  ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତେବେ ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କ କିଛି ହୋଇ ନାହିଁ।

ପୁଲିସ ବସ୍‌ ଓ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.