Latest Odisha News

BREAKING NEWS

ଆହୁରି ବଢିବ ତାତି: ମେ ୧ ବେଳକୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ମେ ୧ ତାରିଖ ବେଳକୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା। ଏଥିସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିବାର ସମ୍ଭାବନା ରହିଛି। ଆଗାମୀ ଶୁକ୍ରବାର ଓ ଶନିବାର ସ୍ଥିତି ଆହୁରି ଭୟଙ୍କର ହେବ। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଭୟଙ୍କର ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଯେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗତ ୧୦ ଦିନ ଧରି ଲାଗିରହିଛି ଅବିରତ ଅଗ୍ନି ବର୍ଷା। ତେବେ ପଶ୍ଚିମ ଓଡ଼ିଶାରେ କାଳବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣିବେ ସତ୍ତ୍ୱେ ପୁଣି ବଢିବ ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛି ସାରା ରାଜ୍ୟ । ଜୀବନ ନେଇଯିବ ଏହି ତାତି। ଆଗକୁ ଆହୁରୀ ଭୟଙ୍କର ହେବ ତାତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ବୁଧବାର ଓ ଗୁରୁବାର ନୂଆପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ (ଉଷ୍ମ-ଆଦ୍ରତା) ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାର ପ୍ରବଳ ଗ୍ରୀଷ୍ମପ୍ରବାହ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗରମ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.