Latest Odisha News

BREAKING NEWS

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ବସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏନେଇ ନିଷ୍ପତ୍ତି ହେବା ପରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, କାନ୍ତକବି ଲଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ଲିଖିତ ଓଡିଶା ଜାତିର ସ୍ୱାଭିମାନର ପ୍ରତୀକ । ଏହା ପ୍ରତିଟି ଓଡିଆଙ୍କ ଭାବନାରେ ରହିଛି । ଓଡିଆଙ୍କ ଭାବାବେଗକୁ ସମ୍ମାନ ଜଣାଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

ଏଥିସହ ବନ୍ଦେ ଉତ୍କଳ ଜନନୀକୁ ପାଠ୍ୟକ୍ରମଭୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସଙ୍ଗୀତ ଗାୟନର ସ୍ବର ଓ ଶୈଳୀ ସରକାର ସ୍ଥିର କରିଛନ୍ତି । ବିଦ୍ୟାଳୟ, କଲେଜ ଓ ବିଭିନ୍ନ କାର‌୍ୟ୍ୟକ୍ରମରେ ଗାନ କରାଯାଇପାରିବ । ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ବେଳେ ସମସ୍ତେ ଠିଆ ହେବେ । ମେ ୩୦ ତାରିଖରେ କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା ।

Comments are closed.