Latest Odisha News

BREAKING NEWS

ତରଙ୍ଗା ହିଲ-ଅମ୍ବାଜୀ-ଅବୁ ରୋଡ୍‌ ନୂଆ ରେଳ ଲାଇନକୁ କ୍ୟାବିନେଟ ମଞ୍ଜୁରି

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୭୯୮.୧୫ କୋଟି ଟଙ୍କାର ଆନୁମାନିକ ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟ ଦ୍ବାରା ତରଙ୍ଗା ହିଲ-ଅମ୍ବାଜୀ-ଆବୁ ରୋଡ୍‌ ନୂଆ ରେଳଲାଇନ ନିର୍ମାଣ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି ଏହି ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି ।

ନୂଆ ରେଳ ଲାଇନର ଲମ୍ବ ମୋଟ ୧୧୬.୬୫ କିଲୋମିଟର ହେବ । ଏହି ପ୍ରକଳ୍ପ ୨୦୨୬-୨୭ ସୁଦ୍ଧା ସମ୍ପୂର୍ଣ୍ଣ ହେବ । ଏ ପ୍ରକଳ୍ପ ନିର୍ମାଣ ସମୟରେ ପାଖାପାଖି ୪୦ ଲକ୍ଷ ମାନବ ଦିବସ ଲାଗି ପ୍ରତ୍ୟକ୍ଷ ରୋଜଗାର ସୃଷ୍ଟି ହେବ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନୂତନ ଭାରତ ସଂକଳ୍ପ ଅନୁରୂପ, ଏ ପ୍ରକଳ୍ପ ରେଳ ଯୋଗାଯୋଗ ବଢ଼ାଇବା ଏବଂ ଗମନାଗମନରେ ସୁଧାର ଆଣିବାକୁ ଯାଉଛି । ଏହାଦ୍ବାରା ସ୍ଥାନୀୟ ଅଞ୍ଚଳରେ ସାମଗ୍ରିକ ସାମାଜିକ-ଆର୍ଥିକ ବିକାଶ ହେବ ।

ଅମ୍ବାଜୀ ଏକ ପ୍ରସିଦ୍ଧ ତୀର୍ଥସ୍ଥଳୀ ହୋଇଥିବା ବେଳେ ଏହା ଭାରତର ୫୧ଟି ଶକ୍ତିପୀଠ ମଧ୍ୟରୁ ଅନ୍ୟତମ । ପ୍ରତ୍ୟେକ ବର୍ଷ ଗୁଜରାଟ ସହିତ ଦେଶର ବିଭିନ୍ନ ଭାଗ ଏବଂ ବିଦେଶରୁ ଲକ୍ଷାଧିକ ଭକ୍ତ ଏଠାକୁ ଆସିଥାନ୍ତି । ଏଠାରେ ରେଳ ଲାଇନ ନିର୍ମାଣ ଫଳରେ ଲକ୍ଷାଧିକ ଯାତ୍ରୀଙ୍କୁ ସୁବିଧା ମିଳିପାରିବ । ଏହାବ୍ୟତୀତ, ତରଙ୍ଗା ହିଲରେ ଥିବା ଅଜୀତନାଥ ଜୈନ ମନ୍ଦିର (୨୪ଟି ପବିତ୍ର ଜୈନ ତୀର୍ଥଙ୍କର ମଧ୍ୟରୁ ଗୋଟିଏ) ଦର୍ଶନ କରିବାକୁ ଆସୁଥିବା ଭକ୍ତମାନଙ୍କୁ ମଧ୍ୟ ଏହି ରେଳ ସଂଯୋଗ ଦ୍ବାରା ଅଧିକ ଲାଭ ମିଳିପାରିବ । ତରଙ୍ଗା ହିଲ-ଅମ୍ବାଜୀ-ଆବୁ ରୋଡ ମଧ୍ୟରେ ଏହି ନୂଆ ରେଳଲାଇନ ଦୁଇଟି ଗୁରୁତ୍ବପୂର୍ଣ୍ଣ ଧାର୍ମିକ ସ୍ଥଳକୁ ରେଳବାଇର ମୁଖ୍ୟ ନେଟୱର୍କ ସହ ଯୋଡ଼ିବ ।

Leave A Reply

Your email address will not be published.