Latest Odisha News

BREAKING NEWS

ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ, ଫେବୃଆରୀ ୨୧ରୁ ଅନଲାଇନରେ ଆବେଦନ ଆରମ୍ଭ

ପୁରୀ: ଖୁବ ଶୀଘ୍ର ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ଭବ୍ୟ ଅନୁଭବ ପାଇବେ ଭକ୍ତ ଓ ତୀର୍ଥଯାତ୍ରୀ । ପୁରୀରେ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି । ଏନେଇ ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଫେବୃଆରୀ ୨୧ ତାରିଖରୁ ଅନଲାଇନ୍‌ ରେ ଟେଣ୍ଡର ଆବେଦନ କରାଯିବ । ଏନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ ।

ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ ଶେଷ ପାଇଁ ୧୦୯୫ ଦିନ ବା ୩ ବର୍ଷ ଧାର୍ଯ୍ୟ କରାଯାଇଛି । ୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି ।

ପ୍ରସ୍ତାବିତ ବିମାନ ବନ୍ଦର ଶେଷ ହୋଇପାରିଲେ ପର୍ଯ୍ୟଟନ କ୍ଷେତ୍ରରେ ମିଳିବ ଅଦ୍ଭୁତପୂର୍ବ ସଫଳତା । ଏୟାରପୋର୍ଟ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓ ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି ।

Leave A Reply

Your email address will not be published.