କଟକ: ଗତ କିଛି ଦିନ ଧରି ବଡମ୍ବା ନରସିଂହପୁର ବ୍ଲକରେ ତାପମାତ୍ରା 40 ରୁ 45 ଡ଼ିଗ୍ରୀ ରହୁଥିବାରୁ ସାଧାରଣ ଜୀବନ ଯାପନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଜୀବଜନ୍ତୁ ମଧ୍ଯ ତ୍ରାହି ତ୍ରାହି ଡ଼ାକିଲେଣି। ବିଶେଷ କରି ବାଦୁଡି ମାନେ ପ୍ରବଳ ଖରାରେ ଛଟପଟ ହେଉଥିବା ଦେଖିବାକୁ ମିଳିଛି। ନରସିଂହପୁର ବ୍ଲକ ଅନ୍ତର୍ଗତ କାଞ୍ଜିାଆପଦା ଠାରେ କେତେକ ଗଛରେ ହଜାର ହଜାର ବାଦୁଡି ରହିଥିବା ବେଳେ ତାଙ୍କ ପାଇଁ ପ୍ରଶାସନ ପକ୍ଷରୁ ଖରାଦିନେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉ ନଥିବାରୁ ବାଦୁଡ଼ି ମାନେ ଅକାଳରେ ପ୍ରାଣ ହରାଇଥିବା ଆଭିଯୋଗ ହେଉଛି। ପ୍ରଶାସନ ପକ୍ଷରୁ ଅଗ୍ନିଶମ ବିଭାଗ ଦ୍ଵାରା ପ୍ରବଳ ଖରାରୁ ରକ୍ଷା ପାଇବା ପାଇଁ ପାଣି ଛିଞ୍ଚନ ବ୍ୟବସ୍ଥା କରିବା ପାଇଁ ସାର୍ପ ସଂଗଠନ ପକ୍ଷରୁ ସଂପାଦକ ବିଜୟ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଜିଲ୍ଲାପାଳଙ୍କୁ ଅବଗତ କରାଇଛନ୍ତି।
BREAKING NEWS
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ

Comments are closed.