Latest Odisha News

BREAKING NEWS

ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ଆଜି ଶେଷ ହେଉଛି ପ୍ରଚାର

ଭୁବନେଶ୍ବର: ଆସନ୍ତା ୨୦ ଅର୍ଥାତ୍ ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ସେନେଇ ଆଜି ସରୁଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଥିବାବେଳେ ଆଜି ସଂଧ୍ୟାରେ ଏହା ଶେଷ ହେବ । ଶେଷ ଦିନରେ କମ୍ପିବ ପ୍ରଚାର ମୈଦାନ ।

୫ ଲୋକସଭା ଆସନ ଭିତରେ ରହିଛି ଆସ୍କା, କନ୍ଧମାଳ, ବଲାଙ୍ଗୀର, ବରଗଡ଼ ଏବଂ ସୁନ୍ଦରଗଡ । ସେହିପରି ୩୫ ବିଧାନସଭା ଆସନ ମଧ୍ୟରେ ନବୀନ ପଟ୍ଟନାୟକ, ଜୁଏଲ ଓରାମ, ନିରଂଜନ ପୁଜାରୀ, ଦିଲ୍ଲୀପ ରାୟ, ପ୍ରଦୀପ ଅମାତ, ସଂଗୀତା ସିଂଦେଓ, ସୁରେଶ ପୁଜାରୀ, ଦିଲ୍ଲୀପ ତିର୍କୀ, ସୁଶାନ୍ତ ସିଂହ, କନକ ବର୍ଦ୍ଧନ ସିଂହଦେଓ ଭଳି ପ୍ରାର୍ଥୀ ରହିଛନ୍ତି ।

ତେବେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା । କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ସିଂ ଯାଦବ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ମୁରିବାହାଲରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୁନ୍ଦରଗଡ଼ ବଣାଇ ଓ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

ବିଜେପି ସାଂସଦ ହେମାମାଳିନୀ ଆଜି ଅନୁଗୁଳ ପାଲଲହଡ଼ା ଓ ଦେବଗଡ଼ରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟ ନିର୍ବାଚନୀ ପ୍ରଭାରୀ ବିଜୟ ପାଲ ସିଂ ତୋମାର୍ ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ଜନସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ଆଜି ଅଖିଳ ଭାରତ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି । ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେଇ ଦଳୀୟପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।

Leave A Reply

Your email address will not be published.