Latest Odisha News

BREAKING NEWS

କରୋନା ପାଇଁ ଅଗଷ୍ଟ ୨ରୁ ୮ ତାରିଖ ଯାଏଁ ଟ୍ରେନ୍ ବାତିଲ

ଭୁବନେଶ୍ବର : କରୋନା ସଂକ୍ରମଣର ଚେନ ଭାଙ୍ଗିବାକୁ ରେଳବାଇର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ମହାମାରୀକୁ ରୋକିବାକୁ ପାଇଁ ଅଗଷ୍ଟ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସାତ ଯୋଡା ଟ୍ରେନକୁ ବାତିଲ କରାଯାଇଛି । ତିନି ଯୋଡ଼ା ବିଶେଷ ଟ୍ରେନ ଶନିବାର ଓ ରବିବାର ଦିନ ବାତିଲ୍ ରହିବ । ସେହିପରି ଏକ ଯୋଡ଼ା ଟ୍ରେନ ଆଂଶିକ ବାତିଲ୍ ହେବ ।

ଅଗଷ୍ଟ ୨ ତାରିଖରୁ ୮ ତାରିଖ ମଧ୍ୟରେ ବାତିଲ ହେବାକୁ ଥିବା ଟ୍ରେନ ଗୁଡିକ ହେଲା :

୦୮୪୩୨/୦୮୪୩୧ ପୁରୀ-କଟକ-ପୁରୀ ବିଶେଷ ଟ୍ରେନ
୦୮୪୯୩/୦୮୪୯୪ ଭୁବନେଶ୍ବର-ବଲାଙ୍ଗୀର-ଭୁବନେଶ୍ବର ବିଶେଷ ଟ୍ରେନ
୦୮୪୫୬/୦୮୪୫୫ ଭୁବନେଶ୍ବର-କେନ୍ଦୁଝରଗଡ-ଭୁବନେଶ୍ବର ବିଶେଷ ଟ୍ରେନ
୦୮୪୧୨/୦୮୪୧୧ ଭୁବନେଶ୍ବର-ଭଦ୍ରକ-ଭୁବନେଶ୍ବର ବିଶେଷ ଟ୍ରେନ
୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ
୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ
୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ

ସେହିପରି ଅଗଷ୍ଟ ୭ ଓ ୮ ତାରିଖ ଦିନ ବାତିଲ ହେବାକୁ ଥିବା ଟ୍ରେନ ଗୁଡିକ ହେଲା :
୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ବିଶେଷ ଟ୍ରେନ
୦୮୪୩୩/୦୮୪୩୪ ଭୁବନେଶ୍ବର-ପଲାସା-ଭୁବନେଶ୍ବର ବିଶେଷ ଟ୍ରେନ
୦୨୮୯୨/୦୨୮୯୧ ଭୁବନେଶ୍ବର-ବାଙ୍ଗିରିପୋଷି-ଭୁବନେଶ୍ବର ବିଶେଷ ଟ୍ରେନ

ଏହାସହ ୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ବିଶେଷ ଟ୍ରେନ ଅଗଷ୍ଟ ୨ ରୁ ୮ ତାରିଖ ମଧ୍ୟରେ ଉଭୟ ପାର୍ଶ୍ବରୁ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ ଏବଂ ତାଳଚେର ଏବଂ ପୁରୀ ମଧ୍ୟରେ ଚଳାଚଳ କରିବ । ଯାତ୍ରୀ ସଂରକ୍ଷଣ ପ୍ରଣାଳୀ କେନ୍ଦ୍ର ଗୁଡିକ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ ।

Leave A Reply

Your email address will not be published.