ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ରୁଜୁ ହେବ ମାମଲା । ଏନେଇ ନିର୍ଦ୍ଦେଶ ଦେଲେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ । ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ଜନାଧିକାର ସଂଘର୍ଷ ପରିଷଦ (ଜେଏସପି) ସହ-ଅଧ୍ୟକ୍ଷ ଆଦର୍ଶ ଆୟାର ତାଙ୍କ ଅଭିଯୋଗରେ କହିଛନ୍ତି ଯେ, ନିର୍ବାଚନ ବଣ୍ଡ ମାଧ୍ୟମରେ ଧମକଚମକ ଦିଆଯାଉଛି । ଏହି ଆବେଦନ ଶୁଣାଣି କରି ବେଙ୍ଗାଲୁରୁର ତିଲକ ନଗର ପୋଲିସ ଷ୍ଟେସନକୁ ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ମାମଲା ରୁଜୁ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ଶୁଣାଣି ଅକ୍ଟୋବର ୧୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି ।
ଦାଖଲ ହୋଇଥିବା ଏକ ପିଟିସନରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହ ଇଡି ଅଧିକାରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ଜାତୀୟ ନେତା, ତତ୍କାଳୀନ ବିଜେପି କର୍ଣ୍ଣାଟକ ସଭାପତି ନଳୀନ କୁମାର କେଟେଲ, ବିଜୟେନ୍ଦ୍ରଙ୍କ ବିରୋଧରେ ଅଭିଯୋଗ ହୋଇଛି ।
ତେବେ 2023 ମସିହାରେ, ସୁପ୍ରିମକୋର୍ଟଙ୍କ ପୂର୍ବରୁ ନିର୍ବାଚନ ବଣ୍ଡ ଯୋଜନାକୁ ଚ୍ୟାଲେଞ୍ଜ କରାଯାଇଥିଲା ଏବଂ ଚାରି ଆବେଦନକାରୀଙ୍କ କଥା ଶୁଣିବା ପରେ ଏବଂ ସେମାନଙ୍କ ପକ୍ଷ ଜାଣିବା ପରେ ସୁପ୍ରିମକୋର୍ଟ ଏହାର ନିଷ୍ପତ୍ତି ଦେଇଥିଲେ । ସୁପ୍ରିମକୋର୍ଟ କେବଳ ନିର୍ବାଚନ ବଣ୍ଡ ଯୋଜନାକୁ ଅସାମ୍ବିଧାନିକ ବିବେଚନା କରିନାହାଁନ୍ତି ବରଂ ଏହାକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିଛନ୍ତି ।
Comments are closed.