ଭୁବନେଶ୍ୱର: ମହାମହାରୀ କରୋନାକୁ ନେଇ ସାରା ଦେଶରେ ୨୧ ଦିନିଆ ତାଲାବନ୍ଦ ପଡିଛି । ଏହାରି ଭିତରେ ରାଜଧାନୀ ଭୁବନେଶ୍ୱର ଦୁଇଟି ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଝାରପଡା ବୈରାଗୀ ନଗର ଅଂଚଳରେ ଏହି ଘଟଣା ଘଟିଛି । ଏହି ଅଂଚଳର ୨ଟି ଘରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ, ପ୍ରତିଦିନ ଭଳି ଜଣେ ବୃଦ୍ଧ ସକାଳେ ଫୁଲ ତୋଳିବାକୁ ଘରୁ ବାହାରକୁ ଯାଇଥିଲେ । ଏହି ସମୟରେ ସୁଯୋଗ ନେଇ ଚୋରମାନେ କବାଟ ଖୋଲି ଘରେ ଭିତରେ ପଶିଥିଲେ । ଏହାପରେ ପରିବାରର ଅନ୍ୟ ସଦସ୍ୟଙ୍କୁ ଅଚେତ କରି ୪ ଲକ୍ଷରୁ ଅଧିକ ନଗଦ ଟଙ୍କା ଓ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
ସେହିପରି ବୈରାଗୀ ନଗର ଅଂଚଳରେ ହିଁ ଥିବା ଆଉ ଏକ ଘରର ଝରକା ପଟୁ ମୋବାଇଲ ଫୋନ୍, ଲାପଟପ, ଆଇପଡ ଟାବଲେଟ ଭଳି ଅତି ମୂଲ୍ୟବାନ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିବା ଜଣାପଡିଛି । ଏନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
Comments are closed.