ଭୁବନେଶ୍ୱର: ମହାମହାରୀ କରୋନାକୁ ନେଇ ସାରା ଦେଶରେ ୨୧ ଦିନିଆ ତାଲାବନ୍ଦ ପଡିଛି । ଏହାରି ଭିତରେ ରାଜଧାନୀ ଭୁବନେଶ୍ୱର ଦୁଇଟି ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଝାରପଡା ବୈରାଗୀ ନଗର ଅଂଚଳରେ ଏହି ଘଟଣା ଘଟିଛି । ଏହି ଅଂଚଳର ୨ଟି ଘରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ, ପ୍ରତିଦିନ ଭଳି ଜଣେ ବୃଦ୍ଧ ସକାଳେ ଫୁଲ ତୋଳିବାକୁ ଘରୁ ବାହାରକୁ ଯାଇଥିଲେ । ଏହି ସମୟରେ ସୁଯୋଗ ନେଇ ଚୋରମାନେ କବାଟ ଖୋଲି ଘରେ ଭିତରେ ପଶିଥିଲେ । ଏହାପରେ ପରିବାରର ଅନ୍ୟ ସଦସ୍ୟଙ୍କୁ ଅଚେତ କରି ୪ ଲକ୍ଷରୁ ଅଧିକ ନଗଦ ଟଙ୍କା ଓ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
ସେହିପରି ବୈରାଗୀ ନଗର ଅଂଚଳରେ ହିଁ ଥିବା ଆଉ ଏକ ଘରର ଝରକା ପଟୁ ମୋବାଇଲ ଫୋନ୍, ଲାପଟପ, ଆଇପଡ ଟାବଲେଟ ଭଳି ଅତି ମୂଲ୍ୟବାନ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିବା ଜଣାପଡିଛି । ଏନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
BREAKING NEWS
- କିଚକେଶ୍ୱରୀ ମନ୍ଦିରର ଉନ୍ନତିକରଣ; କେନ୍ଦ୍ର ପକ୍ଷରୁ ୪୪.୯୧ କୋଟି ମଞ୍ଜୁର…
- ACF Soumya Ranjan death case:ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା:ପତ୍ନୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ
- ହୁତୁହୁତୁ ହୋଇ ଜଳିଲା ବାଇକ୍ ଶୋ’ରୁମ୍
- SIR Declaration: ବିବାଦ ପରେ ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଫର୍ମ-୬ ସହ ଆଉ ଦେବାକୁ ପଡ଼ିବନି ଅତିରିକ୍ତ ଘୋଷଣା
- INDIA bloc Meet: ଦିଲ୍ଲୀରେ ବିରୋଧୀଙ୍କ ବଡ ବୈଠକ! SIR ବିବାଦ, CECଙ୍କ ଇସ୍ତଫା ନେଇ ତାତିଲା ରାଜନୀତି, ସରକାରଙ୍କୁ ଘେରିବାକୁ ବଡ ରଣନୀତି?
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…

Comments are closed.