Latest Odisha News

BREAKING NEWS

Browsing Category

ସହର

City

ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ଶପଥ ଗ୍ରହଣ ଅନୁଷ୍ଠିତ

ଭୁବନେଶ୍ୱର: ନବ ନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା…

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା,…

ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି । ଏଥିସହିତ ପ୍ରଯୁକ୍ତିବିଦ୍ୟା ସହ…

ଓଡ଼ିଶାରେ ୧୨ ପାକିସ୍ତାନୀ ନାଗରିକ; ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଭାରତ ସରକାର ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା…

ଖର୍ଚ୍ଚକାଟ ଚିନ୍ତା, ଭୁବନେଶ୍ୱରରେ ନିଜ ଗାଡ଼ିର ଇନ୍ଧନ ଯୋଗାଇବାକୁ ବିଏମସି ବସାଇବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନିଜର କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟରେ ଏକ ନିଜସ୍ୱ ପେଟ୍ରୋଲ ପମ୍ପ ଓ ଗ୍ୟାରେଜ ସ୍ଥାପନ କରିବାକୁ ଯୋଜନା କରୁଛି। ଏପରି କରି ଥାର୍ଡପାର୍ଟି କମ୍ପାନୀଙ୍କ ଉପରେ ନିର୍ଭରଶୀଳତା କମାଇବ ସହ ଖର୍ଚ୍ଚକାଟ କରିବ ବୋଲି ମହାନଗର ନିଗମ ଆଶା…

୧୧୯୧.୪୭ କୋଟିର ୭ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ

ଭୁବନେଶ୍ୱର: ୧,୧୯୧.୪୭ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ଓଡ଼ିଶା ସରକାର । ଗୁରୁବାର ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି…

କେବିକେ ଅଞ୍ଚଳରେ ସଂଯୋଗୀକରଣକୁ ରୂପାନ୍ତରିତ କରୁଛି ଅମୃତ ଷ୍ଟେସନ ଯୋଜନା

ଭୁବନେଶ୍ୱର: ଆଞ୍ଚଳିକ ବିକାଶ ଏବଂ ଭିତ୍ତିଭୂମି ଆଧୁନିକୀକରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଭାରତୀୟ ରେଳ ଓଡ଼ିଶାର କେବିକେ (କଳାହାଣ୍ଡି-ବଲାଙ୍ଗୀର-କୋରାପୁଟ) ଜିଲ୍ଲାର ପ୍ରମୁଖ ରେଳ ଷ୍ଟେସନଗୁଡ଼ିକ ପାଇଁ ଅମୃତ ଷ୍ଟେସନ ଯୋଜନା ଅଧୀନରେ ଏକ ବ୍ୟାପକ ପୁନର୍ବିକାଶ ପଦକ୍ଷେପ…

ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତ୍ତି: ଆଜିଠାରୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି । ଫଳରେ ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଆଉ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏପ୍ରିଲ୍ ୨୪ ଅର୍ଥାତ୍ ଆଜି…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି । ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ…

ପହଲଗାମ ଆତଙ୍କୀ ଆକ୍ରମଣ: ଅପରାହ୍ନ ୪ଟାରେ ଭୁବନେଶ୍ବରରେ ପହଞ୍ଚିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ

ଭୁବନେଶ୍ବର: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲ୍ଲାର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ମୃତଦେହ ଶ୍ରୀନଗରରୁ ଆଜି ୨ଟା ୩୫ମିନିଟରେ ଓଡ଼ିଶା ଅଭିମୁଖେ ବାହାରିବ । ଅପରାହ୍ନ ୪ଟାରେ ଭୁବନେଶ୍ବରରେ ପହଞ୍ଚିବ । ଏହା ପରେ ବାଲେଶ୍ବର ରେମୁଣା ଅଞ୍ଚଳର…