Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା: ନିର୍ମାଣ ହେବ ଓୟୁଏଟିର ସୁଦୃଶ୍ଯ ପ୍ରଶାସନିକ ଭବନ

ଭୁବନେଶ୍ୱର: କୃଷି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଚାଲିଥିବା ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଆଇନ ଓ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

ଆଇପିଏସ୍ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ କେଉଁ ବିଭାଗ…

ଭୁବନେଶ୍ୱର: ୧୯୯୩ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଧିକାରୀ ସୁଶାନ୍ତ କୁମାର ନାଥଙ୍କୁ ଶୁକ୍ରବାର ଦିନ ଜେଲ୍ କାରାଗାରର ନୂତନ ମହାନିର୍ଦ୍ଦେଶକ (ଡିଜି) ଭାବରେ ଓଡ଼ିଶା ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ ତାଙ୍କର ଏହି କ୍ଷେତ୍ରରେ ଅନେକ ଅଭିଜ୍ଞତା ରହିଛି ଓ ସେ ଏବେ…

ପାର୍ଟ ପ୍ଲଟ ପାଇଁ ଖୁବ୍ ଶୀଘ୍ର ବାହାରିବ ବିଜ୍ଞପ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଜମି କାରବାର ପ୍ରକ୍ରିୟାକୁ ସୁଗମ ଏବଂ ସହରାଞ୍ଚଳର ବିକାଶ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଚଳିତ ମାସରେ ପାର୍ଟ ପ୍ଲଟ୍ ବିକ୍ରୟ ଅନୁମତି ପାଇଁ ଏକ ବିଜ୍ଞପ୍ତି ଜାରି କରିବାକୁ ନିଷ୍ପତି ନେଉଛନ୍ତି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…

ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ଆରମ୍ଭ କରିବ ଏହି ୩ ଟ୍ରେନ, ଜାଣନ୍ତୁ…

ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଷ୍ଟେସନରେ ତିନୋଟି ଟ୍ରେନ ପାଇଁ ଟର୍ମିନାଲ ପଏଣ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଥିବା ଭୁବନେଶ୍ୱର ମୁଖ୍ୟ ଷ୍ଟେସନ ପରିବର୍ତ୍ତେ ୩ଟି ଟ୍ରେନ ଭୁବନେଶ୍ୱର ନୂଆ ଷ୍ଟେସନ ଠାରୁ ଯାତ୍ରା ଆରମ୍ଭ କରିବେ। ଏହି ଟ୍ରେନଗୁଡ଼ିକ ହେଉଛି-…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ। ସିଡିପିଓ…

୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି । ନିଗମ ଗୁଡିକ ହେଲା ଓଡ଼ିଶା କୃଷି…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା ହେଉ। କେହି ଦୋଷୀ ସାବ୍ୟସ୍ତ ହେଲେ…

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।…

ଆଗାମୀ ୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…