Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସାମ୍ବାଦିକ ସମ୍ମିଳନୀ

ନୂଆପଡ଼ା: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସହ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପରେ ଜିଲ୍ଲାସ୍ତରରେ ନିର୍ବାଚନକୁ ନେଇ ପ୍ରସ୍ତୁତି ହୋଇଯାଇଛି। ଚଳିତ ନିର୍ବାଚନକୁ ଆହୁରି ଅବାଧ ଓ ନିରପେକ୍ଷ ସହ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇ ନୂଆପଡ଼ା ଜିଲ୍ଲା ସମ୍ପୂର୍ଣ୍ଣ…

ସାଧାରଣ ନିର୍ବାଚନକୁ ନେଇ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସାମ୍ୱାଦିକ ସମ୍ମିଳନୀ

ସୁବର୍ଣ୍ଣପୁର: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪କୁ ନେଇ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ଜିଲ୍ଲାବାସୀଙ୍କୁ ଅପିଲ କରିଛନ୍ତି ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ। ଉଭୟ ଲୋକସଭା…

ବିଜେଡ଼ିରେ ଯୋଗଦେଲେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷାଙ୍କ ସମେତ ୯ କାଉନସିଲର

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ ଏବଂ ୯ କାଉନସିଲରଙ୍କ ସମେତ ଶତାଧିକ ବିଜେପି ଓ କଂଗ୍ରେସ…

ଆରବିଆଇ ଭୁବନେଶ୍ୱର ପକ୍ଷରୁ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର ପକ୍ଷରୁ ଆର୍ଥିକ ସାକ୍ଷରତା ଓ ସଚେତନତା ଉପରେ ଏକ 'ୱାକାଥନ୍' ମାର୍ଚ୍ଚ ୧୭, ୨୦୨୪ରେ ଭୁବନେଶ୍ବର ଠାରେ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର ତରଫରୁ…

କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ: ଜଣେ ଶ୍ରମିକ ମୃତ, ଦୁଇ ଗୁରୁତର

ଯାଜପୁର: କ୍ରସରରେ ଅଘଟଣ ଘଟି ଶ୍ରମିକ ମୃତ । ଯାଜପୁର ଧର୍ମଶାଳା ରାହାଡପୁର ସ୍ଥିତ ଏକ କ୍ରସରରେ ଅଘଟଣ ଘଟିଛି । କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା…

ଲଗାତର ୯ବର୍ଷ ହେବ ବନ୍ଦ ରହିଛି ଶ୍ରୀ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ…

ଶଙ୍ଖ ଭବନରେ ମିଶ୍ରଣ ପର୍ବ, ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ…

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି; ୨ ମୃତ, ୧୦ ଆହତ

ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ ୧୦ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ କୁମାର ପ୍ରତିହାରୀଙ୍କ ପରଲୋକ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ତାଙ୍କର ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି…