Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ବ୍ରହ୍ମପୁର ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଟ୍ରେନରେ ଯାତ୍ରା…

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭାରତର ପ୍ରଥମ ରାଷ୍ଟ୍ରପତି ଭାବରେ ବ୍ରହ୍ମପୁର ରେଳ ଷ୍ଟେସନକୁ ଟ୍ରେନରେ ଯାତ୍ରା କରି ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ଏକ ସ୍ୱତନ୍ତ୍ର ଟ୍ରେନରେ ଭୁବନେଶ୍ୱରରୁ ବ୍ରହ୍ମପୁରକୁ ଯାତ୍ରା…

ଦିଲ୍ଲୀରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ

ନୂଆଦିଲ୍ଲୀ: ଦିଲ୍ଲୀର ଲଜ୍‌‌ପତ ଭବନ ପରିସରରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନାବରଣ କରିଛନ୍ତି। ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ପ୍ରଥମ ଥର ପାଇଁ ଜଣେ ଓଡ଼ିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି। ସୋମବାର…

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ ପାଇଁ ପ୍ରକଳ୍ପ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍) କୁ ସୋମବାର ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି (ଏସ୍ଏଲପିଏମସି) ଅନୁମୋଦିତ କରିଛି । ବୈଠକ ମୁଖ୍ୟ…

କଟକରେ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦ୍‌ଘାଟିତ: ଯୁବପିଢ଼ିଙ୍କ ପାଇଁ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ଉପରେ…

ଭୁବନେଶ୍ୱର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ତିନିଦିନିଆ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ସୋମବାର କଟକ ଜିଲ୍ଲା ବାଙ୍କୀଠାରେ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। ଭାରତୀୟ ସଂସ୍କୃତି, ପ୍ରାଚୀନ ପରମ୍ପରା ଏବଂ ଆଧୁନିକ ଶିକ୍ଷାର ସମନ୍ୱୟରେ…

ସରକାରଙ୍କ ବଡ଼ ଘୋଷଣା;OUAT ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ଆର୍ଥିକ ସହାୟତା

ଭୁବନେଶ୍ୱର: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ଭତ୍ତା (Stipend) ଘୋଷଣା କରାଯାଇଛି। ଏହି ସୁବିଧା ଓୟୁଏଟିର କୃଷି ଓ ଆନୁଷଙ୍ଗିକ ବିଷୟରେ ପଢ଼ୁଥିବା ନିୟମିତ ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ। ରାଜ୍ୟରେ…

ଜଳବନ୍ଦୀ ଅଞ୍ଚଳରେ ସାପ କାମୁଡ଼ା ଘଟଣା ବୃଦ୍ଧି;ଏଯାଏଁ ୯୬ ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଛି

ଭୁବନେଶ୍ୱର:ବନ୍ୟା ପରେ ଜଳବନ୍ଦୀ ଅଞ୍ଚଳରେ ସାପ କାମୁଡ଼ା ଘଟଣା ବୃଦ୍ଧି ପାଉଛି । ସରକାରୀ ସୂଚନା ଅନୁଯାୟୀ, ବନ୍ୟା ସମୟରେ ଏପର୍ଯ୍ୟନ୍ତ ୯୬ଟି ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ଲୋକଙ୍କୁ ପରାମର୍ଶ ଦେଇଛି ଯେ, ବନ୍ୟା ପାଣିରେ ଚାଲିବା ବେଳେ ସତର୍କ ରୁହନ୍ତୁ,…

ହୀରାକୁଦର ଆଉ ୪ଟି ଗେଟ୍ ବନ୍ଦ, ବର୍ତ୍ତମାନ ୧୩ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷାର ପରିମାଣ ହ୍ରାସ ପାଇବା ଫଳରେ ଜଳସ୍ତରରେ କ୍ରମାଗତ ଅବନତି ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ରବିବାର ଦିନ ଆଉ ଚାରୋଟି ସ୍ଲୁଇସ୍ ଗେଟ୍ ବନ୍ଦ କରିଛନ୍ତି। ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ମୋଟ ୧୩ଟି ଗେଟ୍ ମାଧ୍ୟମରେ…

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ୧୧୦ କୋଟି ଟଙ୍କାର ରିଲିଫ୍ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ବନ୍ୟା ବିପନ୍ନମାନଙ୍କୁ ତୁରନ୍ତ ସହାୟତା ଯୋଗାଇଦେବା ଲାଗି ରାଜ୍ୟ ସରକାର ୧୧୦ କୋଟି ଟଙ୍କାର ଏକ ପ୍ରାଥମିକ ରିଲିଫ୍ ପ୍ୟାକେଜ୍…

ପରଲୋକରେ ସୁପ୍ରସିଦ୍ଧ ପାଲା ଗାୟକ ଶେଖର ଜଗନ୍ନାଥ ବେହେରା;ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର:ଓଡ଼ିଶାର ପ୍ରାଚୀନ ଲୋକକଳା 'ପାଲା'ର ବିଶିଷ୍ଟ ଗାୟକ ତଥା ଶତାୟୁ ବରେଣ୍ୟ କଳାକାର ଶେଖର ଜଗନ୍ନାଥ ବେହେରାଙ୍କର ପରଲୋକ। ରବିବାର ରାତି ୧୧ଟା ୪୫ ମିନିଟରେ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ କଟିଜଙ୍ଗା ଗ୍ରାମରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏହି ମହାନ କଳାକାରଙ୍କ ପରଲୋକରେ…

ଟଳିଲା ବନ୍ୟା ଆଶଙ୍କା, ରାଜ୍ୟରେ ଧୀରେ ଧୀରେ ଖସୁଛି ନଦୀର ଜଳସ୍ତର

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର। ରାଜ୍ୟରେ ଏବେ ଆଉ ବନ୍ୟା ବିପଦ ନାହିଁ ଏବଂ ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର କ୍ରମାଗତ ଭାବେ ହ୍ରାସ ପାଉଛି ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ (ଇଆଇସି) ଦିଲୀପ ରାଉତ ସୂଚନା ଦେଇଛନ୍ତି। ସୋମବାର ସେ ଗଣମାଧ୍ୟମକୁ ବନ୍ୟା ସ୍ଥିତି…