Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି । ଏହି ୧୪ଟି ଜିଲ୍ଲା…

୨୩ ପୂର୍ବରୁ ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡି ଯିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ପୁରୀ: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଆସନ୍ତାକାଲିଠୁ ଯେଭଳି କୌଣସି ପର୍ଯ୍ୟଟକ…

‘ଦାନା’କୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରନ୍ତୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା…

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତୁତି ବୈଠକ, ଦେଲେ ଏହି ସବୁ ପରାମର୍ଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ…

ଆସୁଛି ବାତ୍ୟା; ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ ବୋଲି ପୂର୍ବନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ…

ହବିଷ୍ୟାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରଦାନ କଲେ ଏହି ସବୁ ସାମଗ୍ରୀ

ପୁରୀ: ପୁରୀରେ ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିର ପରିଦର୍ଶନ କରିବା ସହ ବୃନ୍ଦାବତୀ ନିବାସ ଶିବିରରେ ଆନୁସଙ୍ଗିକ ବ୍ୟବସ୍ଥାର ସମୀକ୍ଷା ସହ ବ୍ରତଧାରୀ ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କୁ ହୁଳହୁଳି ଦେଇ ସ୍ବାଗତ କରିଥିଲେ ବ୍ରତଧାରୀ…

ବାତ୍ଯା ‘ଦାନା’; ଏନଆରଟିଏସ୍ ଓ ସ୍କଲାରସିପ ପରୀକ୍ଷା ସ୍ଥଗିତ କଲା ବିଏସଇ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ବାତ୍ଯା 'ଦାନା' କାରଣରୁ ଏନଆରଟିଏସ୍ ଏବଂ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ସୋମବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ନ୍ୟାସନାଲ ରୁରାଲ୍ ଟାଲେଣ୍ଟ ସ୍କଲାରସିପ୍ (ଏନଆରଟିଏସ୍)…

ପରିବାର ଖାତାରେ ଟିକେଟ୍

ନୂଆଦିଲ୍ଲୀ: କେଉଁଠି ବାପାଙ୍କ ଜାଗାରେ ଝିଅ, ବୋହୂ ତ କେଉଁଠି ସ୍ବାମୀଙ୍କ ଗଡ଼ରେ ସ୍ତ୍ରୀଙ୍କୁ ଟିକେଟ୍ । ମହାରାଷ୍ଟ୍ର, ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ହେଉ କି ଲୋକସଭା ନିର୍ବାଚନ ପରେ ଖାଲି ପଡିଥିବା ସିଟରେ ଉପନିର୍ବାଚନ । ପରିବାରରୁ ହିଁ ରାଜନୀତିର ଉତ୍ତରାଧିକାରୀ ବାଛୁଛନ୍ତି ଦଳ ।…

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପରେ ଷ୍ଟାଲିନଙ୍କ ଅପିଲ୍, ସମୟ ଆସିଛି ୧୬ ସନ୍ତାନ ଜନ୍ମ କର

ଚେନ୍ନାଇ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପରେ ବର୍ତ୍ତମାନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଅଧିକ ସନ୍ତାନ ଜନ୍ମ ଉପରେ ଗୁରୁତ୍ବାରୋପ କରିଛନ୍ତି। ୧୬ରୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଲୋକଙ୍କୁ ନିବେଦନ କରିଛନ୍ତି।…