Latest Odisha News

BREAKING NEWS

କରୋନା କବଳରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନର

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେଉଛି । ନୂଆ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଓ ନିର୍ବାଚନ କମିଶନର ରାଜୀବ କୁମାର ଉଭୟ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ନିର୍ବାଚନ ଆୟୋଗର ଶୀର୍ଷ ଦୁଇ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନୀଲ ଅରୋଡ଼ାଙ୍କ ସ୍ଥାନରେ ନିକଟରେ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ସୁଶୀଲ ଚନ୍ଦ୍ରା ।

ଦେଶରେ ଲଗାତାର କୋଭିଡ୍ ମାମଲା ବଢ଼ିବାର ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାର ୧୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ ହାଜର ୮୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୧୭୬୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି ।

Leave A Reply

Your email address will not be published.