ନୂଆଦିଲ୍ଲୀ: ଲକ ଡାଉନ୍ ପରେ ମଧ୍ୟ ଶ୍ରମିକଙ୍କ ପଳାୟନକୁ ନେଇ କେନ୍ଦ୍ର ସରକାର କଡା ଅଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ରାଜ୍ୟ ଓ ଜିଲ୍ଲାର ସୀମାକୁ ସିଳ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ବାହାରୁ ଆସିଥିବା ଲୋକଙ୍କୁ ସୀମରେ କ୍ୟାମ୍ପ ତିଆରି କରି ରଖାଯାଉ ବୋଲି କହିଛନ୍ତି ।
କେନ୍ଦ୍ର ସରକାର ଆହୁରି ମଧ୍ୟ କହିଛନ୍ତି ଶ୍ରମିକମାନଙ୍କୁ ରହିବା ଖାଇବାର ବ୍ୟବସ୍ଥା କରାଯାଉ। ଆଉ ଯିଏ ଏହି ନିୟମ ପାଳନ ନ କରିବେ ସେମାନଙ୍କ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନର ଚେତାବନୀ ମଧ୍ୟ ଦେଇଛନ୍ତି କେନ୍ଦ୍ର ସରକାର। ସେହିପରି ଯେଉଁ ଲୋକମାନେ ସହର ଭିତରୁ ରାଜପଥ ଉପରକୁ ଆସୁଛନ୍ତି ସେମାନଙ୍କୁ ବାରଣ କରାଯାଉ।
କରୋନା ଭାଇରସ ମୁକାବିଲା ପାଇଁ କେନ୍ଦ୍ର ସରକାର ଦେଶବ୍ୟାପୀ ୨୧ ଦିନ ପାଇଁ ତାଲା ବନ୍ଦ ଘୋଷଣା କରିଛନ୍ତି । ତେବେ ଏହାକୁ ହଜାର ହଜାର ସଂଖ୍ୟାରେ ଦାଦନ ଶ୍ରମିକ ଉଲ୍ଲଂଘନ କରିଛନ୍ତି । ଶହ ଶହ ସଂଖ୍ୟାରେ ଦାଦନ ଶ୍ରମିକମାନେ ଏକାଠି ହୋଇ ଚାଲି ଚାଲି ନିଜ ନିଜ ଘରକୁ ଆସିବା ପାଇଁ ଅଂଟା ଭିଡିଛନ୍ତି । ଏଭଳି ସ୍ଥିତିରେ ଦେଶରେ ଆହୁରି ଜୋର୍ରେ ଭୂତାଣୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି । ଏହାକୁ ନଜରରେ ରଖି କେନ୍ଦ୍ର ସରକାର ତୁରନ୍ତ ରାଜ୍ୟ ଓ ଜିଲ୍ଲା ଗୁଡିକର ସୀମାକୁ ସିଲ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.