Latest Odisha News

ଓଡିଶାରୁ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିବ କେନ୍ଦ୍ର, ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ପଦକ୍ଷେପ

ଭୁବନେଶ୍ୱର: ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ସଂଗ୍ରହ କରିବ କେନ୍ଦ୍ର । ଏନେଇ ମଞ୍ଜୁରୀ ଦେଇଛି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଂଟନ ମନ୍ତ୍ରାଳୟ । ରାଜ୍ୟରୁ ଉଷୁନା ଚାଉଳ ଉଠାଇବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଥିଲେ । ଚିଠି ର ଉତ୍ତରରେ ଏନେଇ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ । ଅନୁରୋଧ ରକ୍ଷା କରି ତ୍ବରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ ୧୬ ତାରିଖରେ ପିୟୁଷଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ।

BjdElectrycity

ଏହି ପଦକ୍ଷେପ ଦ୍ବାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି । ଚଳିତ ଥର ଓଡ଼ିଶାରେ ଭଲ ଅମଳ ହୋଇଥିବାରୁ ରାଜ୍ୟରୁ ମୋଟ୍ ୭୯ ମେଟ୍ରିକ୍ ଟନ୍ ଖରିଫ ଚାଉଳ ସଂଗ୍ରହ କରାଯିବା ନେଇ ଆକଳନ କରାଯାଇଛି । ପ୍ରାରମ୍ଭିକ ଆବଣ୍ଟନରେ କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବିପଣନ ଋତୁରେ ୪୪ ଲକ୍ଷ ୨୮ ହଜାର ମେଟ୍ରିକ୍ ଟନ୍ ଚାଉଳ କିଣିବା ନେଇ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।

ତେବେ ଏସଏଫଏସଏ ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ପାଇଁ ଓଡ଼ିଶା ସରକାରଙ୍କ ନିଜସ୍ବ ଚାଉଳର ଆବଶ୍ୟକତା ପୂରଣ କରିବା ବ୍ୟତୀତ ପର୍ଯ୍ୟାପ୍ତ ପରିମାଣର ଉଷୁନା ଚାଉଳ ବଳକା ରହିଯାଇପାରେ । ଏହି ବଳକା ଚାଉଳ ଏଫସିଆଇ ଦ୍ବାରା ଉଠାଣ ହେବାର ଆବଶ୍ୟକତା ରହିଛି ବୋଲି ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଥିଲେ ।

Leave A Reply

Your email address will not be published.