Latest Odisha News

ଓଡିଶାରେ କାର୍ଯ୍ୟକାରୀ ହେବ କେନ୍ଦ୍ର ସରକାରଙ୍କ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତିକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଭଳି କାର୍ଯ୍ୟକ୍ରମ ରହିଛି। ଏହି ନିଷ୍ପତ୍ତି ଦ୍ୱାରା ଓଡିଶା ସରକାର ଓ ଭାରତ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରହିବ।

ସୂଚନାଯୋଗ୍ୟ ଯେ, ବିଭିନ୍ନ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାର ପୂର୍ଣ୍ଣ ଲାଭ ନେବା ପାଇଁ ନୂତନ ସରକାର ସ୍ଥିର କରିଛନ୍ତି।

Leave A Reply

Your email address will not be published.