Latest Odisha News

BREAKING NEWS

ସମ୍ବଲପୁରରେ ଡାଇରିଆ ଅଣାୟତ, ସିଡ଼ିଏମଓଙ୍କ ସହିତ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁର ହୀରାକୁଦରେ ଡାଇରିଆ ସଂକ୍ରମଣ ଘଟଣାରେ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ। ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସିଡିଏମଓଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ହୀରାକୁଦ ଅଞ୍ଚଳରେ ଡାଇରିଆ ଲାଗି ରହିଥିବା କାରଣରୁ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ବୋଲି ଟୁଇଟ କଲେ ମନ୍ତ୍ରୀ।

ଜଣଙ୍କର ମୃତ୍ୟ ହୋଇଥିବା ଜାଣି ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ମା’ ସମଲେଇଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମନ୍ତ୍ରୀ। ସମ୍ବଲପୁର ସହରର ହୀରାକୁଦ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ପାରିପାର୍ଶ୍ୱିକ ସ୍ଥିତି ବିଷୟରେ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ ଗତକାଲି ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏ ସମ୍ପର୍କରେ ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ଏହି ସମ୍ବେଦନଶୀଳ ବିଷୟକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକ ମାନଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ କଥା ହେଲି। ଚିକିତ୍ସାଧୀନ ଲୋକମାନଙ୍କୁ ଆବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ଡାକ୍ତର ମିଶ୍ର କହିଛନ୍ତି। କେନ୍ଦ୍ରମନ୍ତ୍ରୀ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ, ସମ୍ବଲପୁର ସହରର ହୀରାକୁଦ ଅଞ୍ଚଳରେ ଡାଇରିଆ ଲାଗି ରହିଥିବା କାରଣରୁ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମା’ ସମଲେଇଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ଟୁଇଟ ମାଧ୍ୟମ ରେ କହିଛନ୍ତି।

Leave A Reply

Your email address will not be published.