Latest Odisha News

BREAKING NEWS

ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର

ଭୁବନେଶ୍ବର: ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର। ବିଭିନ୍ନ କେନ୍ଦ୍ର ପ୍ରାୟୋଜିତ ଯୋଜନା ଜରିଆରେ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କୁ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଅନୁଦାନ ଯୋଗାଇ ଦେଇଥିବା କହିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ।

ରାଜ୍ୟସଭାରେ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ୨୦୨୪-୨୫ ଆର୍ଥିକ ବର୍ଷରେ ବିଭିନ୍ନ କେନ୍ଦ୍ରୀୟ ଯୋଜନାରେ ପର୍ଯ୍ୟଟନ ମନ୍ତ୍ରଣାଳୟ ଓଡ଼ିଶାର ହୀରାକୁଦ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୯୯ କୋଟି ୯୦ ଲକ୍ଷ ଟଙ୍କା ଏବଂ ସାତକୋଶିଆର ବିକାଶ ଲାଗି ୯୯ କୋଟି ୯୯ ଲକ୍ଷ ଟଙ୍କା ମଞ୍ଜୁର କରିଛି। ଏଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୩୧.୯୨ କୋଟି ଟଙ୍କା ଜାରି କରାଯାଇଛି।

କେନ୍ଦ୍ର ମନ୍ତ୍ରୀ ଆହୁରି କହିଛନ୍ତି, ପର୍ଯ୍ୟଟନ ସ୍ଥଳୀର ବିକାଶ ଦାୟିତ୍ୱ ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ହୋଇଥିଲେ ମଧ୍ୟ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ସ୍ୱଦେଶ ଦର୍ଶନ, ତୀର୍ଥସ୍ଥଳୀ ପୁନରୁଦ୍ଧାର ଏବଂ ଆଧ୍ୟାତ୍ମିକ ଐତିହ୍ୟ ବିକାଶ ଅଭିଯାନ (ପ୍ରସାଦ), ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ରୀୟ ସହାୟତା (ଏସିଏଟିଆଇଡି) ଆଦି ଯୋଜନା ଓ କାର୍ଯ୍ୟକ୍ରମ ଜରିଆରେ ପ୍ରାଥମିକତା ଭିତ୍ତିରେ ପାଣ୍ଠି ଯୋଗାଇ ଦେଇଥା’ନ୍ତି ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।

 

Leave A Reply

Your email address will not be published.