Latest Odisha News

BREAKING NEWS

Health Minister: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ୫ ବର୍ଷରେ ରାଜ୍ୟରେ ମୋଟ୍ ୩୦ ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି ବୋଲି ଆଜି ବିଧାନସଭା ଶୀତକାଳୀନ ଅଧିବେଶନରେ ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଲିଖିତ ଉତ୍ତର ରଖି ସ୍ୱାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ ଲକ୍ଷ ୬୯ ହଜାରରୁ ଊର୍ଦ୍ଧ୍ଵ ପ୍ରସବ ହୋଇଛି । ସରକାରୀ ହସ୍ପିଟାଲରେ ୧୯ ଲକ୍ଷ ୫୯ ହଜାର ୯୧୮ ନର୍ମାଲ ଡେଲିଭରୀ ହୋଇଛି । ୪ ଲକ୍ଷ ୯ ହଜାର ୭୧୮ ସିଜେରିଆନ ଡେଲିଭରି ହୋଇଛି ।

ସେହିପରି, ଘରୋଇ ହସ୍ପିଟାଲରେ ୧ ଲକ୍ଷ ୪୮ ହଜାର ୨୪୨ ନର୍ମାଲ ଡେଲିଭରି ହୋଇଥିବାବେଳେ, ୪ ଲକ୍ଷ ୯୦ ହଜାର ୫୦୫ ସିଜେରିଆନ ଡେଲିଭରି ହୋଇଛି ବୋଲି ମନ୍ତ୍ରୀ ବିଧାନସଭାରେ ତଥ୍ୟ ଦେଇଛନ୍ତି ।

Leave A Reply

Your email address will not be published.