Latest Odisha News

BREAKING NEWS

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା, ୧୫ରୁ ବଢିବ ଶୀତ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ କାରଣରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପଶ୍ଚିମଦିଗକୁ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଆଡେ ଗତି କରିବ ବୋଲି ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ।

ବୁଧବାର ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର ପାଗ ଶୁଖିଲା ରହିବ ।

ସେହିପରି ୧୨ ରୁ ୧୪ ତାରିଖରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଅନ୍ୟପଟେ, ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଖସିବ ପାରଦ ବୃଦ୍ଧି ପାଇବ ଶୀତ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ । ଏହା ପ୍ରଭାବରେ ଅଧିକ ଶୀତ ଅନୁଭୂତ ହେବ ।

ତେବେ ସୋମବାର ଫୁଲବାଣୀରେ ରାତି ତାପମାତ୍ରା ସବୁଠୁ କମ୍‌ ରହିଛି ଯାହା ୧୫.୨ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ତାପରକୁ ଅନୁଗୁଳରେ ୧୬ ଡିଗ୍ରୀ ରେକର୍ଡ କରାଯାଇଛି, ତା ତଳକୁ କୋରାପୁଟ ଓ ଭବାନୀପାଟଣାରେ ୧୬.୫, କେନ୍ଦୁଝରରେ ୧୭, ନବରଙ୍ଗପୁରରେ ୧୭, ରାୟଗଡ଼ାରେ ୧୮, ରାଉରକେଲାରେ ୧୮.୪, ବଲାଙ୍ଗୀରରେ ୧୮.୫, ଢେଙ୍କାନାଳରେ ୧୮.୯, ସୋନପୁର ଓ ନୟାଗଡ଼ରେ ୧୯.୨, ବୌଦ୍ଧରେ ୧୯.୮ ଓ ହୀରାକୁଦରେ ୧୯.୯ ଡିଗ୍ରୀ ରେକର୍ଡ ହୋଇଛି ।

Comments are closed.