ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚନ୍ଦନଯାତ୍ରା। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବଙ୍କ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକା ବିହାର କରିବେ । ସେଥିପାଇଁ ଆଜି ଚୈତ୍ର ପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାଇ ନରେନ୍ଦ୍ର ପୁଷ୍କରିଣୀରେ କାମ ଆରମ୍ଭ ହୋଇଯାଇଛି । ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜଯନ୍ତ୍ରୀ ନାମକ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ ସେବାୟତ ମାନଙ୍କ ଦ୍ୱାରା କଢାଯାଇଛି ।
ଶାସ୍ତ୍ର ମୁତାବକ ପ୍ରତିବର୍ଷ ମହାପ୍ରଭୁଙ୍କର ଚନ୍ଦନ ଯ଼ାତ୍ରା ସରିବା ପରେ ସମସ୍ତ ୫ଟି ଡଙ୍ଗାକୁ ଭୋଇ ସେବାୟତମାନଙ୍କ ଦ୍ୱାରା ନରେନ୍ଦ୍ର ପୁଷ୍କରିଣୀରେ ବୁଡାଇ ରଖା ଯ଼ାଇଥାଏ । ଚୈତ୍ର ପୂର୍ଣ୍ଣୀମାରେ ଏହାକୁ କଢ଼ାଯାଇ ମରାମତି କରାଯିବା ସହ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୧ ଦିନ ବ୍ୟାପି ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ଏହାକୁ ପୁନଃ ପ୍ରସ୍ତୁତ କରାଯାଇଥାଏ ।
ମଦନମୋହନ,ଭୁଦେବୀ,ଶ୍ରୀଦେବୀ ଏବଂ ପଞ୍ଚୁପାଣ୍ଡବ ଶ୍ରୀମନ୍ଦିରରୁ ବିଜେ କରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ। ଏଥିଲାଗି ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବାୟତ ମାନେ ସମସ୍ତ ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠାଇବା ସହ ସେଥିରେ ପିଚୁ,ରାଳ ଇତ୍ୟାଦି ଦେଇ ମହାପ୍ରଭୁଙ୍କର ଚାପ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।
Comments are closed.