Latest Odisha News

BREAKING NEWS

ଛତ୍ରବଜାର ବ୍ରିଜ୍ ଭୁଷୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା, ଆରଡିସିସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: କଟକ ଛତ୍ରବଜାର ପରିବା ମାର୍କେଟ୍ ନିକଟରେ ବ୍ରିଜ୍ ଭୁଷୁଡ଼ିବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବ୍ରିଜ୍ ଭୁଷୁଡ଼ିବା  ଯୋଗୁ ପ୍ରାଣ ହରାଇଥିବା ୨ଜଣ ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମୂଖ୍ୟମନ୍ତ୍ରୀ । ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ସରକାର ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏହି ବ୍ରିଜ୍ ଦୁର୍ଘଟଣାରେ ଆହତମାନଙ୍କୁ ଉତ୍ତମ ମାନର ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.