Latest Odisha News

BREAKING NEWS

ବିରୋଧୀ ଦଳ ନେତାଙ୍କୁ ରଥଯାତ୍ରା ପାଇଁ ଆମନ୍ତ୍ରଣ କଲେ ଛତିଶା ନିଯୋଗ ସେବାୟତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ । ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତାଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ପାଇଁ ଆପଣ ବହୁତ କିଛି କରିଛନ୍ତି, ରଥଯାତ୍ରାକୁ ନିଶ୍ଚୟ ଆସିବେ’ ବୋଲି ସେବାୟତମାନେ ଶ୍ରୀ ପଟ୍ଟନାୟକଙ୍କୁ ଆମନ୍ତ୍ରଣ କରିଥିଲେ ।

ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ଶ୍ରୀ ପଟ୍ଟନାୟକ ସେବାୟତ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ସାଂସଦ ଶୁଭାଶୀଷ ଖୁଣ୍ଟିଆ ଉପସ୍ଥିତ ଥିଲେ ।

ଅନମାନଙ୍କ ମଧ୍ୟରେ ସର୍ବଶ୍ରୀ ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍‌ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର ଓ ଜମେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.