କିଛି ଦିନର ନିରବତା ପରେ ପୁଣି ଛତିଶଗଡ଼ ପୋଲିସକୁ ମିଳିଲା ସଫଳତା । ଦାନ୍ତେୱାଡା ଜିଲ୍ଲା ଅନ୍ତର୍ଗତ ଗାଦାମ ଓ ଜଙ୍ଗମପାଲ ଜଙ୍ଗଲରେ କାଟ କଲ୍ୟାଣ ଏରିଆ କମିଟିର ମାଓବାଦୀଙ୍କ ସହ ପୋଲିସର ମୁହାଁ ମୁହିଁ । ଜଣେ ମାଓବାଦୀ ମୃତ ହୋଇଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାର ଗାଦାମ ଅଞ୍ଚଳର ଜଙ୍ଗମପାଲ ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ କରି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା ।
ଏହା ପରେ ଦାନ୍ତେୱାଡା ଏସପି ଅଭିଶେଖ ପଲ୍ଲଭଙ୍କ ନେତୃତ୍ୱରେ ଡିଆରଜି ବାହିନୀର ଯବାନ ମାନେ କୁମ୍ବିଙ୍ଗ ଅପରେସନ ଆରମ୍ଭ କରିଥିଲେ । ଯବାନଙ୍କ ଆସିବା ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିବାରୁ ଯବାନ ମାନେ ପାଲଟା ଆକ୍ରମଣ କରିଥିଲେ ପ୍ରାୟ ଦୁଇ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ଉଭୟ ପକ୍ଷର ଗୁଳି ବିନିମୟ ହେବା ପରେ ଜଣେ ହାଡକୋର ମାଓବାଦୀ ପ୍ରାଣ ହରାଇଥିଲେ। ମୃତ ନକ୍ସଲ ହେଲେ ବେଟ୍ଟି ହୁଙ୍ଗା ଓ ତାଙ୍କ ମୁଣ୍ଡ ଉପରେ ଛତିଶଗଡ ସରକାର ପୁର୍ବରୁ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଗାଦାମ ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସ ଗୁଇନ୍ଦା ବିଭାଗ କୁ ସୁଚନା ମିଳିଥିଲା । ଏହା ପରେ ଡିଆରଜି ବାହିନୀ ପକ୍ଷରୁ କୁମିଂ ଅପରେସନ ଆରମ୍ଭ ହୋଇଥିଲା । ଘଟଣା ସ୍ଥଳରୁ ଦୁଇଟି ଲ୍ୟାଣ୍ଡମାଇନ୍ ଓ ଗୋଟିଏ ପିସ୍ତଲ ସହ କିଛି ଅଫୁଟା ଗୁଳି ଜବତ ହୋଇଥିବା ଦାନ୍ତେୱାଡା ଏସପି ଅଭିଶେଖ ପଲ୍ଲବ ଜଣାଇଛନ୍ତି ।
BREAKING NEWS
- US Iran Crisis: ଆମେରିକାର ଧମକ: ଇରାନ୍ ସହ ବ୍ୟବସାୟ କଲେ ଲାଗିବ ଅତିରିକ୍ତ ଟାରିଫ୍
- Cold Wave: ରାଜ୍ୟରେ ଅସହ୍ୟ ଥଣ୍ଡା; ରାତି ତାପମାତ୍ରା ୧ରୁ ୨ ଡିଗ୍ରୀ ଖସିବା ସମ୍ଭାବନା
- MPATGM:ପୁଣି କମାଲ୍ କଲା DRDO; ଟ୍ୟାଙ୍କ ଧ୍ୱଂସକାରୀ ସ୍ୱଦେଶୀ ମିସାଇଲର ହେଲା ସଫଳ ପରୀକ୍ଷଣ
- chilika: ଚିଲିକା ହ୍ରଦର ସାମଗ୍ରୀକ ବିକାଶ ସମ୍ପର୍କିତ ବୈଠକ; ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
- ୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ;ଲୋକଙ୍କ ସେବା ଜାରି ରଖିବା ପାଇଁ…
- ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା
- ‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
Comments are closed.