Latest Odisha News

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସୁଭଦ୍ରା ଯୋଜନା ଶୁଭାରମ୍ଭର ତାରିଖ

ଭୁବନେଶ୍ୱର: ତିନି ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଘୋଷଣା କରିଛନ୍ତି ବିଜେପି ସରକାରର ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଶୁଭାରମ୍ଭର ତାରିଖ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସେପ୍ଟେମ୍ବର ୧୭ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଏହି ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ। ସେହିପରି ଆଗାମୀ ୫ ବର୍ଷରେ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

 ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଶା ଯାଇ ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ। ମୋଦୀଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଟଙ୍କା ରିଲିଜ ହେବ।

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡାଙ୍କ ସହ ସେ ଦିଲ୍ଲୀ ଗସ୍ତ କରିଥିଲେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କ ସହ ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ନବଙ୍କ ସମେତ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ।

ରଥଯାତ୍ରା ଅବସରରେ ରାଷ୍ଟ୍ରପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ରାଜ୍ୟ ସରକାର ଆମନ୍ତ୍ରଣ କରିଛନ୍ତି।

Leave A Reply

Your email address will not be published.