Latest Odisha News

BREAKING NEWS

ମୁକ୍ତା ଯୋଜନାରେ ୧୦ ଜିଲ୍ଲା ପାଇଁ ୨୨୫ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁକ୍ତା ଯୋଜନାରେ ୧୦ ଜିଲ୍ଲା ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ତଥା ଶେଷ ପର୍ଯ୍ୟାୟରେ ୧୦ ଜିଲ୍ଲାର ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଏହି ଅନୁଦାନ ମଞ୍ଜୁର କରିଛନ୍ତି । ଏହି ୧୦ ଜିଲ୍ଲା ହେଲା ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ, ଝାରସଗୁଡା ଓ ଦେବଗଡ ।

ମୁକ୍ତା ଯୋଜନାରେ ୪୨ଟି ମ୍ୟୁନିସିପାଲିଟି ଏବଂ ଏନଏସିର ବିକାଶ ପାଇଁ ବାର୍ଷିକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି । ପ୍ରକଳ୍ପଗୁଡ଼ିକ ଏସଏଚଡି, ଏସଡିଏ ଏବଂ ସ୍ଥାନୀୟ ଗୋଷ୍ଠୀ ଦ୍ବାରା କାର୍ଯ୍ୟକାରୀ ହେବ।

ପ୍ରକଳ୍ପ କାର୍ଯ୍ୟକାରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜନ ପ୍ରତିନିଧିମାନଙ୍କ ସହ 5T ସଚିବ ଭିକେ ପାଣ୍ଡିଆନ ଆଲୋଚନା କରିଥିଲେ । ଏହି ପ୍ରକଳ୍ପରେ ମିନି ପାର୍କ, ଓପନ୍ ଜିମ୍, ଚାଇଲ୍ଡ ପ୍ଲେ ଷ୍ଟେସନ, ଖେଳ ପଡ଼ିଆ, ଭେଣ୍ଡିଂଜୋନ୍ ରହିଛି । ବହୁମୁଖୀ କମ୍ୟୁନିଟି ସେଣ୍ଟର, ୱାଲ ପେଣ୍ଟିଂ, ସୌନ୍ଦର୍ଯ୍ୟକରଣ ଓ ଶ୍ରମିକ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଏଥିରେ ଅନ୍ତର୍ଭୁକ୍ତ । MUKTA ଅଧୀନରେ ନିଆଯିବାକୁ ଥିବା ଏହି ସମସ୍ତ ଅନୁମୋଦିତ ପ୍ରକଳ୍ପଗୁଡିକ ମିଶନ୍ ଶକ୍ତି ଗୋଷ୍ଠୀ ଦ୍ୱାରା ସିଧାସଳଖ   କାର୍ଯ୍ୟକାରୀ କରାଯିବ |

ଗରିବ ଓ ବେରୋଜଗାରଙ୍କୁ କାମ ଯୋଗାଇ ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ବା ମୁକ୍ତା ଯୋଜନାକୁ ୨୦୨୦ ଏପ୍ରିଲ ୧୮ରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ପୂର୍ବରୁ ୪୨ ମ୍ୟୁନିସିପାଲିଟି ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ୧୮୩ କୋଟି ୮୧ ଲକ୍ଷ ଟଙ୍କା ଓ ୩୭ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨୩ କୋଟି ୮୭ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ ।

Leave A Reply

Your email address will not be published.