Latest Odisha News

BREAKING NEWS

ସୁନ୍ଦରଗଡ଼ରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୮୬.୨୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର) ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଇବ୍‌ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି ଏବଂ ସପେଇ ନଦୀରେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜର କରିଛନ୍ତି।

ଏହି ଜଳାଶୟ ପ୍ରକଳ୍ପ ଜରିଆରେ ପାଞ୍ଚଟି ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ। ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ ଓ ଝାରସୁଗୁଡା ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବା ବେଳେ, ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡଗାଁ ଓ ବାମରା ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ।

Leave A Reply

Your email address will not be published.